ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନା ଭାଇରସର ଦୈନିକ ମାମଲାରେ ତଳ – ଉପର ପ୍ରକ୍ରିୟା ଜାରି ରହିଛି । କେତେବେଳେ ଆକ୍ରାନ୍ତଙ୍କ ସଂଖ୍ୟା କମି ଯାଉଛି ତ ପୁଣି କେତେବେଳେ ବୃଦ୍ଧି ହେଉଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୫୮୪ ଥିଲା । ସେହିପରି ଏବେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୧୩ ହଜାର ୭୪୨ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୦,୩୦,୧୭୬ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୧୦୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୬,୫୬୭ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୧,୦୭,୨୬,୭୦୨ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୧,୪୬,୯୦୭ ଟି ସକ୍ରିୟ ମାମଲା ରହିଛି ।