ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଏବେ ପୁଣି କରୋନା ମାମଲା ବଢିବାରେ ଲାଗିଛି । ଯାହାଫଳରେ ଏବେ ଲୋକଙ୍କ ଚିନ୍ତା ବଢିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୧୫ ହଜାର ୫୧୦ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୦,୯୬,୭୩୧ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୧୦୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୭,୧୫୭ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୧,୦୭,୮୬,୪୫୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୧,୬୮,୬୨୭ ଟି ସକ୍ରିୟ ମାମଲା ରହିଛି ।