ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 28th Feb
New Positive Cases: 86
In quarantine: 50
Local contacts: 36(Details of local contacts will be shared by concerned District Administration)
District Wise Cases:
1. Angul: 1
2. Balasore: 7
3. Bargarh: 1
4. Balangir: 3
5. Cuttack: 9
6. Deogarh: 3— I & PR Department, Odisha (@IPR_Odisha) March 1, 2021
7. Jajpur: 4
8. Jharsuguda: 7
9. Keonjhar: 1
10. Khurda: 5
11. Mayurbhanj: 8
12. Nuapada: 1
13. Puri: 12
14. Sambalpur: 16
15. Sonepur: 1
16. Sundargarh: 6
17. State Pool: 1New recoveries: 52
Cumulative tested: 8341917
Positive: 337277
Recovered: 334571
Active cases: 737— I & PR Department, Odisha (@IPR_Odisha) March 1, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୨୭୭ ରହିଥିବା ବେଳେ ଏହି ରୋଗରୁ ୩୩୪୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୩୭ ଜଣ ଚିକିତ୍ସିତ ହେଉଛନ୍ତି ।