ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 6th March
New Positive Cases:70
In quarantine: 41
Local contacts: 29(Details of local contacts will be shared by concerned Dist Administration)
District Wise Cases:
1. Angul: 11
2. Balasore: 6
3. Bargarh: 1
4. Cuttack: 3
5. Deogarh: 2
6. Dhenkanal: 2— I & PR Department, Odisha (@IPR_Odisha) March 7, 2021
7. Jajpur: 4
8. Jharsuguda: 2
9. Keonjhar: 1
10. Khurda: 16
11. Puri: 1
12. Rayagada: 2
13. Sambalpur: 3
14. Sundargarh: 12
15. State Pool: 4New recoveries: 88
Cumulative tested: 8472230
Positive: 337744
Recovered: 334990
Active cases: 784— I & PR Department, Odisha (@IPR_Odisha) March 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୭୪୪ ରହିଥିବା ବେଳେ ଏହି ରୋଗରୁ ୩୩୪୯୯୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୮୪ ଜଣ ଚିକିତ୍ସିତ ହେଉଛନ୍ତି ।