ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଆଜିଠାରୁ ବିଧାନସଭାରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବ । ଆସନ୍ତା ୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ । ବିଜେପି ଓ କଂଗ୍ରେସ ସରକାରଙ୍କୁ ଘେରିବେ ବୋଲି ଯୋଜନା ପ୍ରସ୍ତୁତ କରିଛନ୍ତି ।
ରାଜ୍ୟରେ ଶିମିଳିପାଳ ସମେତ ବିଭିନ୍ନ ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଛି । ଜଙ୍ଗଲ ସୁରକ୍ଷା,ଆଇନଶୃଙ୍ଖଳା,ମଣ୍ଡି,ଓ କୋଟିଆ ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବେ ବିରୋଧୀ ଦଳ । କଂଗ୍ରେସ ମଧ୍ୟ ସମାନ ପ୍ରସଙ୍ଗ ସହ ଦର ବୃଦ୍ଧ.ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ,କୋଟିଆଓ ବେକାରୀ ସମସ୍ୟା ଆଦି ମୁ୍ଖ୍ୟ ପ୍ରସଙ୍ଗ ରହିବ ।
ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ସାଧାରଣ ଲୋକଙ୍କ ସମସ୍ୟା ସମ୍ପର୍କରେ ବିରୋଧୀ ଯେଉଁ ପ୍ରସଙ୍ଗ ଉଠାଇବେ ତାହା ଉପରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି।ଏପ୍ରିଲ ୭ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଚାଲୁରହିବ ।
ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଥିବା ବେଳେ ଯେଉଁମାନଙ୍କର ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ କେବଳ ବିଧାନସଭାକୁ ପ୍ରବେଶ କରିବା ପାଇଁ ଅନୁମତି ଦିଆଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ।