ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 13th March
New positives: 71
In quarantine: 43
Local contacts: 28(Details of local contacts will be shared by concerned District Administration)
District Wise Cases:
1. Angul: 2
2. Balasore: 5
3. Bargarh: 4
4. Balangir: 3
5. Cuttack: 1
6. Deogarh: 1— I & PR Department, Odisha (@IPR_Odisha) March 14, 2021
19. Sambalpur: 5
20. Sundargarh: 4
21. State Pool: 2New recoveries: 70
Cumulative tested: 8621715
Positive: 338192
Recovered: 335569
Active cases: 652— I & PR Department, Odisha (@IPR_Odisha) March 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୧୯୨ ରହିଥିବା ବେଳେ ଏହି ରୋଗରୁ ୩୩୫୫୬୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୫୨ ଜଣ ଚିକିତ୍ସିତ ହେଉଛନ୍ତି ।