ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 15th March
New Positive Cases: 65
In quarantine: 37
Local contacts: 28(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 5
3. Balangir: 3
4. Cuttack: 5
5. Deogarh: 2
6. Ganjam: 3— I & PR Department, Odisha (@IPR_Odisha) March 16, 2021
7. Jajpur: 5
8. Jharsuguda: 4
9. Khurda: 5
10. Mayurbhanj: 9
11. Nuapada: 1
12. Puri: 3
13. Sundargarh: 15
14. State Pool: 1New recoveries: 70
Cumulative tested: 8661732
Positive: 338323
Recovered: 335730
Active cases: 622— I & PR Department, Odisha (@IPR_Odisha) March 16, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୩୨୩ ରହିଥିବା ବେଳେ ଏହି ରୋଗରୁ ୩୩୫୭୩୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୨୨ ଜଣ ଚିକିତ୍ସିତ ହେଉଛନ୍ତି ।