ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଦୀର୍ଘ କିଛି ଦିନ ହେବ ରାଜ୍ୟରେ ଏକ ଶହ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରହିଥିବା ବେଳେ ଏବେ ପୁଣି ଏକ ଶହ ଉପରକୁ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th March
New Positive Cases: 110
In quarantine: 64
Local contacts: 46(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 2
3. Bargarh: 4
4. Bhadrak: 1
5. Cuttack: 20
6. Deogarh: 2— I & PR Department, Odisha (@IPR_Odisha) March 19, 2021
New recoveries: 66
Cumulative tested: 8736689
Positive: 338599
Recovered: 335923
Active cases: 705— I & PR Department, Odisha (@IPR_Odisha) March 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ ରହିଥିବା ବେଳେ ଏହି ରୋଗରୁ ୩୩୫୯୨୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୦୫ ଜଣ ଚିକିତ୍ସିତ ହେଉଛନ୍ତି ।