ଭୁବନେଶ୍ୱର(ଏଟିଆର ବ୍ୟୁରୋ): କରୋନା କଟକଣା ମଧ୍ୟରେ ମାର୍ଚ୍ଚ ୩୦ରୁ ଚାଲିବ ପାସେଞ୍ଜର ଟ୍ରେନ । ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଭୁବନେଶ୍ୱରରୁ–କେନ୍ଦୁଝର-ଭୁବନେଶ୍ୱର,ପୁରୀ-ଅନୁଗୁଳ-ପୁରୀ,ଟ୍ରେନ ଚଳାଚଳ କରିବ । ଏହା ସହ ପୁରୀ-ହାଟିଆ,ପୁରୀ-ସମ୍ବଲପୁର,ଓ ପୁରୀ-ପାରାଦ୍ୱୀପ ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ ଚାଲିବ ।
କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ ସକାଳ ୬ଟା ୩୦ରେ କେନ୍ଦୁଝରଗଡ଼ରୁ ବାହାରି ପୂର୍ବାହ୍ନ ୧୧ଟା ୫ରେ ଭୁବନେଶ୍ୱରରେ ପହଞ୍ଚିବ। ଭୁବନେଶ୍ୱର-କେନ୍ଦୁଝରଗଡ଼ ମେମୁ ମାର୍ଚ୍ଚ ୩୦ରୁ ଅପରାହ୍ନ ୪ଟା ୩୫ରେ ଭୁବନେଶ୍ୱରରୁ ଛାଡ଼ି ରାତି ୯ଟା ୩୫ରେ କେନ୍ଦୁଝରଗଡ଼ରେ ପହଞ୍ଚିବ । ସେହିପରି ପୁରୀ-ଅନୁଗୋଳ ମେମୁ ଏପ୍ରିଲ ୫ରୁ ଅପରାହ୍ଣ ୪ଟା ୪୫ରେ ପୁରୀରୁ ବାହାରି ରାତି ୯ଟା ୩୦ରେ ପହଞ୍ଚିବ । ଅନୁଗୋଳ-ପୁରୀ ମେମୁ ସକାଳ ୫ଟା ୪୫ରେ ଅନୁଗୋଳରୁ ବାହାରି ପୂର୍ବାହ୍ନ ୧୦ଟା ୨୦ରେ ପୁରୀରେ ପହଞ୍ଚିବ ।
ପୁରୀ-ପାରାଦୀପ-ପୁରୀ ସ୍ୱତନ୍ତ୍ର ଟ୍ରେନ ଏପ୍ରିଲ ୭ରୁ ସକାଳ ୬ଟା ୧୫ରେ ପୁରୀରୁ ବାହାରି ପୂର୍ବାହ୍ନ ୧୦ଟା ୧୫ରେ ପାରାଦୀପରେ ପହଞ୍ଚିବ । ପରେ ସନ୍ଧ୍ୟା ୬ଟାରେ ପାରାଦୀପରୁ ଛାଡ଼ି ରାତି ୧୦ଟା ୧୦ରେ ପୁରୀରେ ପହଞ୍ଚିବ । ସମ୍ବଲପୁର-ପୁରୀ-ସମ୍ବଲପୁର ସ୍ୱତନ୍ତ୍ର ଟ୍ରେନ୍ ଏପ୍ରିଲ ୩ରୁ ସକାଳ ୬ଟାରେ ସମ୍ବଲପୁରରୁ ବାହାରି ଅପରାହ୍ଣ ୧୨ଟା ୫୦ରେ ପୁରୀରେ ପହଞ୍ଚିବ । ଏହାପରେ ଅପରାହ୍ନ ୩ଟା ୪୫ରେ ପୁରୀରୁ ବାହାରି ରାତି ୧୦ଟା ୧୦ରେ ସମ୍ବଲପୁରରେ ପହଞ୍ଚିବ ।