ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଦୈନିକ ସଂକ୍ରମଣ ବଢୁଥିବାବେଳେ ଚିନ୍ତା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭,୨୬୨ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୭,୩୪,୦୫୮କୁ ବୃଦ୍ଧି ପାଇଛି । ଗତବର୍ଷ ନଭେମ୍ବର ମାସ ଆରମ୍ଭ ପରେ ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁସାରେ ୨୪ ଘଣ୍ଟା ମଧ୍ୟରେ ୪୭ହଜାର ୨୬୨ ସଂକ୍ରମଣ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣଙ୍କର ମୃତ୍ୟୁୁ ହୋଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୭,୩୪,୦୫୮ରେ ପହଞ୍ଚିଛି।
୩,୬୮,୪୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।