ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ରାମନାଥଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି । ଅନ୍ୟପଟେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ଥିବା ଆର୍ମି ହସ୍ପିଟାଲ ପକ୍ଷରୁ କୁହାଯାଇଛି ।
ଗତକାଲି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତିଙ୍କୁ ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲକୁ ଦିଆଯାଇଥିଲା । ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରିଥିଲେ । ବୁଲେଟିନରେ କୁହାଯାଇଥିଲା ଯେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟବସ୍ଥା ରହିଛି । ତାଙ୍କୁ ଅଧିକ ଚିକିତ୍ସା ପାଇଁ ଏମ୍ସ ସ୍ଥାନାନ୍ତର କରାଯାଇଛି ।
ଗତ ଶୁକ୍ରବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆର୍ମି ହସ୍ପିଟାଲକୁ ଯାଇ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।