ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ମାତିଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୬୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 2nd April
New Positive Cases: 452
In quarantine: 267
Local contacts: 185(Details of local contacts will be shared by concerned District Administration)
District Wise Cases:
1. Angul: 12
2. Balasore: 5
3. Bargarh: 19
4. Bhadrak: 4
5. Balangir: 15— I & PR Department, Odisha (@IPR_Odisha) April 3, 2021
22. Nawarangpur: 8
23. Nayagarh: 1
24. Nuapada: 71
25. Puri: 11
26. Rayagada: 5
27. Sambalpur: 10
28. Sundargarh: 75
29. State Pool: 16New recoveries: 218
Cumulative tested: 9130648
Positive: 342224
Recovered: 337430
Active cases: 2820— I & PR Department, Odisha (@IPR_Odisha) April 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୨୨୪ ରହିଥିବା ବେଳେ ଏହି ରୋଗରୁ ୩୩୭୪୩୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୮୨୦ ଜଣ ଚିକିତ୍ସିତ ହେଉଛନ୍ତି ।