ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟର କିଛି କିଛି ସ୍ଥାନରେ ତାପମାତ୍ରା ବଢିଚାଲିଥିବାବେଳେ କିଛି ସ୍ଥାନରେ ତାତିରୁ ମିଳିଛି ସମାନ୍ୟ ଆଶ୍ୱସ୍ତି । ଅନେକ ସ୍ଥାନରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିରହିଥିବା ବେଳେ ସର୍ବୋଚ୍ଚ ତପେମାତ୍ରା ୪୦ଡିଗ୍ରୀ ପାର କରିଛି । ତେବେ କେତେକ ସ୍ଥାନରେ ଆସନ୍ତା ୪ ଦିନ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।
ଟିଟିଲାଗଡରେ ୪୨ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଏହା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ।ତେବେ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ୧୧ ଟି ଜିଲ୍ଲାରେ କାଳବୈଶାଖୀ ଓ ବିଜୁଳି ସହ ଘଡଘଡି ହେବର ସମ୍ଭାବନା ରହିଛି । ଏଥିସହ ଝାରସୁଗୁଡ଼ା, ତାଳଚେର, ଭବାନୀପାଟଣା, ବଲାଙ୍ଗୀର, ମାଲକାନଗିରି, ସୋନପୁର, ବୌଦ୍ଧ ଓ ରାୟଗଡ଼ାର ତାପମାତ୍ରା ୪୦ ଡିଗ୍ରି ପାର୍ କରିଥିଲା। ଆଗକୁ ରାଜ୍ୟରେ ଏହି ତାପମାତ୍ରା ଜାରି ରହିବ। ଆସନ୍ତା ୫ ଦିନ ପର୍ୟ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ଦେଖାଯିବ ନାହିଁ ।
ସେହିପରି ୧୦ ତାରିଖ ଦିନ କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ପୁରୀ, କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ମୟୂରଭଞ୍ଜରେ ଏବଂ ୧୧ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ନବରଙ୍ଗପୁରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ପବନର ବେଗ ଖୁବ୍ ଅଧିକ ରହିବ।
୧୨ ତାରିଖ ଆଡ଼କୁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଗଜପତି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। କିନ୍ତୁ ପବନର ବେଗ କମ୍ ରହିବ। ଏହି ୩ ଦିନ ପାଇଁ ମଧ୍ୟ ଉକ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।