ସମ୍ବଲପୁର(ଏଟିଆର ବ୍ୟୁରୋ): ଦତନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ରାଜ୍ୟ ବାସୀଙ୍କ ଚିନ୍ତା ମଧ୍ୟ ବଢିବାରେ ଲାଗିଛି । ଏହାର ପ୍ରଭାବ ମଧ୍ୟ ଶୀକ୍ଷାନୁଷ୍ଠାନମାନଙ୍କରେ ଅଧିକ ପଡିଛି ।ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟେରେ ଏକାଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ଯାହାଫଳରେ ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନକୁ ୫ ଦିନ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି । ଏପେଇ ବିଶ୍ୱବିଦ୍ୟାଳୟର କତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ବିଶ୍ୱବିଦ୍ୟାଳୟ ବନ୍ଦ ରହିବା ସମୟରେ କ୍ୟାମ୍ପସକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରାଯିବା ସହ ପଜିଟିଭ ଚିହ୍ନଟ ହୋଇଥିବା କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କା କଣ୍ଟାକ୍ଟ ଟ୍ରେସିଂ ମଧ୍ୟ କରାଯିବ ।ଆଜି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୧ ରହିଥିବାବେଳେ ଏମାନଙ୍କ ମଧ୍ୟରୁ ସମ୍ବଲପୁରରୁ ୧୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।