ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ଆତଙ୍କ ରଚି ଚାଲିଛି ମହାମାରୀ କରୋନା । ସ୍ଥିତି ଧୀରେ ଧୀରେ ସଙ୍ଗୀନ ହେବାରେ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୦୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 22nd April
New Positive Cases: 6215
In quarantine: 3604
Local contacts: 2611(Details of local contacts will be shared by concerned Dist Administration)
District Wise Cases:
1. Angul: 173
2. Balasore: 79
3. Bargarh: 268
4. Bhadrak: 86
5. Balangir: 211— I & PR Department, Odisha (@IPR_Odisha) April 23, 2021
New recoveries: 2165
Cumulative tested: 9793470
Positive: 394694
Recovered: 353551
Active cases: 39117— I & PR Department, Odisha (@IPR_Odisha) April 23, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ ରହିଥିବା ବେଳେ ଏହି ରୋଗରୁ ୩୫୩୫୫୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୯୧୧୭ ଜଣ ଚିକିତ୍ସିତ ହେଉଛନ୍ତି ।