ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି । ଦ୍ରୁତ ଗତିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ହେବାରେ ଲାଗିଛି । ଏଥିରେ ଲାଗୁନି ବ୍ରେକ । ସେହିପରି ପୁଣି ରାଜ୍ୟରୁ ଆଉ ୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫୭୦ ଜଣ ସ୍ଥାନୀୟ ଅଞ୍ଚଳର ।