ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନା କୋପ ଜାରି ରହିଛି । ପ୍ରତ୍ୟେକ ଦିନ କରୋନାର ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ରେକର୍ଡ ଭାଙ୍ଗୁଛି ନୂତନ ମାମଲା । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ଯାହାଫଳରେ ଏବେ ଲଗାତର ଭାବେ ଦୈନିଦିନ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଲକ୍ଷ ଉପରେ ରହୁଛି । ଯାହାକୁ ନେଇ ଲୋକଙ୍କ ମନରେ ଏକ ପ୍ରକାରର ଭୟ ସୃଷ୍ଟି ହୋଇଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩,୬୦,୯୬୦ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୯,୯୭,୨୬୭ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୩୨୯୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୧,୧୮୭ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୧,୪୮,୧୭,୩୭୧ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୨୯,୭୮,୭୦୯ ଟି ସକ୍ରିୟ ମାମଲା ରହିଛି ।