ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କିଲର ଭାଇରସ । ଥମୁନି କୋପ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଖି ବୁଜିଲେ ୧୨ କରୋନା ଆକ୍ରାନ୍ତ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରୟାଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁୁଗୁଳ, କଟକ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।