ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଉଗ୍ର ହେଉଛି କିଲର ଭାଇରାସ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୧୧ ଜୀବନ ନେଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, କୋରାପୁଟ ,ରାୟଗଡା. ପୁରୀ, କଳାହାଣ୍ଡି ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।