ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଥମିବାର ନାଁ ଧରୁନି । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନାରେ ଗଲା ୨୨ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ଅନୁଗୁଳରୁ ୩ ଜଣ, ରାୟଗଡା, କଳାହାଣ୍ଡି,କେନ୍ଦ୍ରାପଡା, ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, କଟକ, ବଲାଙ୍ଗୀର, ଦେବଗଡ, ଗଜପତି, ଗଞ୍ଜାମ, କନ୍ଧମାଳରୁ ଜଣେ ଲେଖାଏଁ ରହିଛନ୍ତି ।