ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପରେ ଲାଗୁନି ବ୍ରେକ । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୨୧ ମୁଣ୍ଡ ନେଇଛି କରୋନା । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୯୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ଅନୁଗୁଳରୁ ୩ ଜଣ, ରାୟଗଡା, କଳାହାଣ୍ଡି,କେନ୍ଦ୍ରାପଡା, ସମ୍ବଲପୁର, ପୁରୀରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଗଜପତି, ଗଞ୍ଜାମ, କୋରାପୁଟ ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି ।