ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି ମହାମାରୀ କରୋନା । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନା ନେଲା ୨୭ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କୋରାପୁଟ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଲେଖାଏଁ, ରାୟଗଡା,ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ ରହିଥିବା ବେଳେ ବରଗଡ, ବୌଦ୍ଧ, ବଲାଙ୍ଗୀର, ଝାରସୁଗୁଡା, ଗଜପତି, ନବରଙ୍ଗପୁର, ପୁରୀ ଏବଂ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।