ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ପୁଣି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ । ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ଆଜି ପୁଣି ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୨୮ ରୁ ୩୦ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୧୪ ରୁ ୧୯ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୩.୦୪ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୩.୮୦ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୩.୧୧ ଟଙ୍କା ଏବଂ ଡିଜେଲ ୮୬.୬୪ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୯.୩୨ ଟଙ୍କା ଏବଂ ଡିଜେଲ ଦର ୯୧.୦୧ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୪.୭୧ ଟଙ୍କା ଏବଂ ଡିଜେଲ ୮୮.୬୨ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।