ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି ମହାମାରୀ କରୋନା । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନା ନେଲା ୨୬ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୫୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କୋରାପୁଟ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଅନୁଗୁଳ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳ ବୌଦ୍ଧ , ଗଜପତି, କୋରାପୁଟ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।