ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଗୋଟେଦିନ ସ୍ଥିର ରହିବା ପରେ ଦେଶରେ ପୁଣି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ । ସରକାରୀ ତୈଳ କମ୍ପାନୀ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଦରରେ ଆଜି ପୁଣି ବୃଦ୍ଧି ଘଟିଛି । ଆଜି ଡିଜେଲ ଦରରେ ୨୫ ରୁ ୨୭ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୨ ରୁ ୨୩ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୩.୪୪ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୪.୩୨ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୩.୪୯ ଟଙ୍କା ଏବଂ ଡିଜେଲ ୮୭.୧୬ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୯୯.୭୧ ଟଙ୍କା ଏବଂ ଡିଜେଲ ଦର ୯୧.୫୭ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୫.୦୬ ଟଙ୍କା ଏବଂ ଡିଜେଲ ୮୯.୧୧ ଟଙ୍କା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।
ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।