ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । କିନ୍ତୁ ଲଗାତର ଭାବେ ୧୦ ହଜାର ଉପରେ ରହିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୫୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୧୧୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 206
7. Cuttack: 998
8. Deogarh: 86
9. Dhenkanal: 441
10. Gajapati: 76
11. Ganjam: 158
12. Jagatsinghpur: 315
13. Jajpur: 560
14. Jharsuguda: 184
15. Kalahandi: 352
16. Kandhamal: 141
17. Kendrapada: 198
18. Keonjhar: 133
19. Khurda: 2021
20. Koraput: 218— I & PR Department, Odisha (@IPR_Odisha) May 26, 2021
New recoveries: 11769
Cumulative tested: 11506744
Positive: 726003
Recovered: 612993
Active cases: 110373— I & PR Department, Odisha (@IPR_Odisha) May 26, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୭୬୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୬୦୦୩ ରହିଥିବା ବେଳେ ଏହି ରୋଗରୁ ୬୧୨୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୧୦୩୭୩ ଜଣ ଚିକିତ୍ସିତ ହେଉଛନ୍ତି ।