ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ତାଣ୍ଡବ ରଚୁଛି କରୋନା । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୫ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୮୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୫୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୧୧୪ ଜଣ ସ୍ଥାନୀୟ ଅଞ୍ଚଳର ।