ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଆଜି ୭ ହଜାର ତଳକୁ ଖସିଛି ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯୬୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 262
7. Cuttack: 362
8. Deogarh: 64
9. Dhenkanal: 178
10. Gajapati: 80
11. Ganjam: 196
12. Jagatsinghpur: 106
13. Jajpur: 374
14. Jharsuguda: 120
15. Kalahandi: 241
16. Kandhamal: 85
17. Kendrapada: 24
18. Keonjhar: 24
19. Khurda: 517
20. Koraput: 219
21. Malkangiri: 98— I & PR Department, Odisha (@IPR_Odisha) May 27, 2021
New recoveries: 10635
Cumulative tested: 11552985
Positive: 732739
Recovered: 623628
Active cases: 106440— I & PR Department, Odisha (@IPR_Odisha) May 27, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୬୩୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୨୭୩୯ ରହିଥିବା ବେଳେ ଏହି ରୋଗରୁ ୬୨୩୬୨୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୬୪୪୦ ଜଣ ଚିକିତ୍ସିତ ହେଉଛନ୍ତି ।