ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ତାଣ୍ଡବ ରଚୁଛି । ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଛି କିନ୍ତୁ ମୃତକଙ୍କ ସଂଖ୍ୟା ରେ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୩ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁୁଗୁଳରୁ ୫ ଜଣ, ସୁନ୍ଦରଗଡରୁ ୪ ଜଣ, କଳାହାଣ୍ଡି, କେନ୍ଦୁଝର ଓଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।