ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ଥମିବାର ନାଁ ଧରୁନି । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୪୪ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୬୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ, ଅନୁଗୁଳ ଓ ଝାରସୁଗୁଡା , ବରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ସୁନ୍ଦରଗଡ, ପୁରୀ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ , ବଲାଙ୍ଗୀର , ବୌଦ୍ଧ , ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ , ଦେଓଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।