ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୬୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୦୮୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 57
7. Cuttack: 505
8. Deogarh: 20
9. Dhenkanal: 150
10. Gajapati: 48
11. Ganjam: 40
12. Jagatsinghpur: 180
13. Jajpur: 382
14. Jharsuguda: 16
15. Kalahandi: 60
16. Kandhamal: 83
17. Kendrapada: 287
18. Keonjhar: 96
19. Khurda: 649
20. Koraput: 88
21. Malkangiri: 89— I & PR Department, Odisha (@IPR_Odisha) June 12, 2021
New recoveries: 8516
Cumulative tested: 12590363
Positive: 847313
Recovered: 781488
Active cases: 62515— I & PR Department, Odisha (@IPR_Odisha) June 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୫୧୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୭୩୧୩ ରହିଥିବା ବେଳେ ଏହି ରୋଗରୁ ୭୮୧୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୨୫୧୫ ଜଣ ଚିକିତ୍ସିତ ହେଉଛନ୍ତି ।