ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ଥମୁନି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ ସର୍ବାଧିକ କରୋନା ନେଇଛି ୪୪ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ପୁରୀ ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ, କଟକ, ଜଗତସିଂହପୁର, ରାୟଗଡା, ଝାରସୁଗୁଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, ବୌଦ୍ଧ, ବରଗଡ, ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ସମ୍ବଲପୁର, ନୂଆପଡା, କେନ୍ଦୁଝର, କନ୍ଧମାଳ, ଗଜପତି ଓ ଢେଙ୍କାନାଳରୁ ଜଣେ ଲେଖାଏଁ ରହିଛନ୍ତି ।