ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ଥମୁନି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ହେଲେ ୨୪ ଘଣ୍ଟା ମଧ୍ୟରେ ସାମାନ୍ୟ ହ୍ରାସ ଘଟି ୪୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ ରୋନା ନେଇଛି ୩୭ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୦୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ପୁରୀ , କଟକ, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ, ପୁରୀ, ବରଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଦେଓଗଡ଼, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ ଏବଂ ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।