ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ଥମୁନି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ୪୨ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ପୁରୀ , କଟକ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ୱର ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି ।