ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ୪୩ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ବରଗଡ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଓ ଝାରସୁଗୁଡା ଜିଲ୍ଲାରୁ ୪ ଜଣ ଲେଖାଏଁ, କୋରାପୁଟ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ, ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।