ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୩୮ ଆକ୍ରାନ୍ତ ଆଖିବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ବରଗଡ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୩ ଜଣ , ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।