ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଯାହାଫଳରେ ଗତକାଲି ୫୦ ହଜାର ତଳେ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୫୦ ହଜାର ଉପରେ ମାମଲା ଚିହ୍ନଟ ହୋଇଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୫୦,୮୪୮ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୦୦,୨୮,୭୦୯ ରେ ପହଁଚିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୧୩୫୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୯୦,୬୬୦ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ଦେଶରେ ମୋଟ ୨,୮୯,୯୪,୮୫୫ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଅନ୍ୟପଟେ ଏବେ ଦେଶରେ ୦୬,୪୩,୧୯୪ ଟି ସକ୍ରିୟ ମାମଲା ରହିଛି ।