ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଥିବା ବେଳେ ଏବେ ଦୈନିକ ମୃତ୍ୟୁସଂଖ୍ୟା ୫୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୫୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୪୧୫ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ , ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ. ବରଗଡ଼, ଜିଲ୍ଲାରୁ ୫ଜଣ ଲେଖାଏଁ , ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ .ଅନୁଗୁଳ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।