ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୫୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୫୮ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୫୩୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ , ପୁରୀ,ବରଗଡ଼, ଜିଲ୍ଲାରୁ ୭ଜଣ , ସୁନ୍ଦରଗଡ଼, ଗଞ୍ଜାମ,ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ , ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।