ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୬୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 10
7. Cuttack: 289
8. Deogarh: 6
9. Dhenkanal: 55
10. Gajapati: 8
11. Ganjam: 17
12. Jagatsinghpur: 73
13. Jajpur: 111
14. Jharsuguda: 11
15. Kalahandi: 12
16. Kandhamal: 20
17. Kendrapada: 62
18. Keonjhar: 51
19. Khurda: 592
20. Koraput: 40
21. Malkangiri: 32— I & PR Department, Odisha (@IPR_Odisha) July 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୧୨୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୨ ରହିଥିବା ବେଳେ ଏହି ରୋଗରୁ ୯୦୯୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୫୪୬୧ ଜଣ ଚିକିତ୍ସିତ ହେଉଛନ୍ତି ।