ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୫ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୫୯୯ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ପୁରୀ , କେନ୍ଦୁଝର, ବରଗଡ଼, ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ମୟୁରଭଞ୍ଜ, ଜିଲ୍ଲାରୁ ୫ଜଣ ଲେଖାଏଁ , ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ , ଜଗତସିଂହପୁର, ଝାରସୁଗୁଡ଼ା , କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।