ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୩ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୬୬୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୩ଜଣ , ବରଗଡ଼ ଜିଲ୍ଲାରୁ ୭ଜଣ ,ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ .ଗଞ୍ଜାମ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଜଗତସିଂହପୁର, ବାଲେଶ୍ୱର , କେନ୍ଦୁଝର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର,ଅନୁଗୁଳ, ଗଜପତି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।