ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୮ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୭୩୦ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୭ଜଣ , ଗଞ୍ଜାମ ଜିଲ୍ଲାରୁ ୭ଜଣ । ମୟୁରଭଞ୍ଜ, ବରଗଡ଼, ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, କେନ୍ଦ୍ରାପଡ଼ା,ବଲାଙ୍ଗୀର, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।