ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୪ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୯୨୫ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୨, ବରଗଡ ଜିଲ୍ଲାରୁ ୧୦, ବାଲେଶ୍ୱର ଜିଲ୍ଲାରୁ ୮, ସୁନ୍ଦରଗଡ ଜିଲ୍ଲାରୁ ୭, ଗଞ୍ଜାମ ଜିଲ୍ଲାରୁ ୬, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ରାୟଗଡା ,ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।