ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରକୁ ରହୁଥିବା ବେଳେ ୬୦ ତଳକୁ ଖସିଛି ମୃତ୍ୟୁ ସଂଖ୍ୟା । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୫୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୧୭୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ , ବରଗଡ଼ ,ମୟୁରଭଞ୍ଜ, ଜିଲ୍ଲାରୁ ୬ଜଣ ଲେଖାଏଁ , ପୁରୀ , କେନ୍ଦ୍ରାପଡ଼ା, କେନ୍ଦୁଝର, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।