ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୯,୬୮୯ ନୂତନ ମାମଲା ସାମ୍ନାକୁ ଆସିଛି । ସେହିପରି ଏହି ମାରାତ୍ମକ ଭାଇରସ ପାଇଁ ୨୪ ଘଣ୍ଟାରେ ୪୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୧,୩୮୨ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ସେହିଅନୁଯାୟୀ ମୋଟ ୩,୦୬,୨୧,୪୬୯ ଜଣ ସୁସ୍ଥ ହୋଇସାରିଲେଣି । ଅନ୍ୟପଟେ ଏବେ ଦେଶରେ ୦୩,୯୮,୧୦୦ ଟି ସକ୍ରିୟ ମାମଲା ରହିଛି ।