ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ବର୍ତ୍ତମାନ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ରହିଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଓ ଝାରଖଣ୍ଡ ଆଡକୁ ଗତି କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନମାନ କରାଯାଇଛି ।
ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେହିପରି ଭଦ୍ରକ, ଯାଜପଚର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟୋଲୋ ୱାଣ୍ଣିଂ ଜାରି କରାଯିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।