ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୮ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୯୦୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ , ଖୋର୍ଦ୍ଧା , ଗଞ୍ଜାମ ଜିଲ୍ଲାରୁ ୭ଜଣ ଲେଖାଏଁ , ପୁରୀ , ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ , କଟକ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ , କେନ୍ଦୁଝର, ନୟାଗଡ଼ ,ବରଗଡ଼, ବଲାଙ୍ଗୀର, କେନ୍ଦ୍ରାପଡ଼ା, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।