ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୦୩୩ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଧାରୁ ୨୩ ଜଣ, କଟକରୁ ୯ ଜଣ, ପୁରୀରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ଭଦ୍ରକ,ବାଲେଶ୍ୱର, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଅନୁଗୋଳ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।