ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୪୩୫ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ , କେନ୍ଦୁଝର ଓ ବରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।